ସତ୍ୟଶିଖା( ଭୁବନେଶ୍ୱର)୦୨.୦୮ . ୨୦୨୨: ରାଜ୍ୟରେ ନିଯୁକ୍ତି ପାଇଲେ ୬ ହଜାର ୮୯୧ ଶିକ୍ଷକ ଶିକ୍ଷୟିତ୍ରୀ। ଏହି ନବ ନିଯୁକ୍ତ ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ଉଦବୋଧନ ଦେଇ ଶିକ୍ଷକତା ବୃତ୍ତିକୁ ଏକ ସଂକଳ୍ପ ଭାବେ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ମୋଟ ୬ ହଜାର ୮୯୧ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ନିଯୁକ୍ତି ପାଇଛନ୍ତି। ଏମାନଙ୍କ ପାଇଁ ଗତକାଲି ଭୁବନେଶ୍ୱର କଳିଙ୍ଗ ଷ୍ଟା଼ଡିୟମରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତ ନବ ନିଯୁକ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେହିଭଳି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଯୋଗଦେଇ ପିଲାମାନଙ୍କ ଶୃଜନଶୀଳ ପ୍ରତିଭାର ବିକାଶ ଉପରେ ଗୁରୁତ୍ୱ ଦେବାକୁ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ।ସେହିପରି ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ମୁଖ୍ୟ ଶାସନ ସଚିବ ଓ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ଓ ଫାଇଭ ଟି ସଚିବ ପ୍ରମୁଖ ଯୋଗ ଦେଇଥିଲେ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଶିକ୍ଷଗତା କରି ମହାନ ବୃତ୍ତିରେ ଯୋଗ ଦେଇଥିବାରୁ ଆପଣମାନଙ୍କୁ ଶୁଭେଚ୍ଛା ଜଣାଉଛି। ରାଜ୍ୟରେ ୬ ହଜାର ୮୯୧ ଶିକ୍ଷକ-ଶିକ୍ଷୟିତ୍ରୀ ନିଯୁକ୍ତି ପାଇଲେ ଏହା ଖୁସିର କଥା।
ସମ୍ବନ୍ଧିତ ଖବର
-
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । -
ବଜ୍ରପାତରେ ପୋଡ଼ିଗଲା ଲିଙ୍ଗରାଜ ମନ୍ଦିରର ପତାକା । -
ଧନ୍ତେରାସ ପୂର୍ବରୁ ସୁନା ଏବଂ ରୁପା ଦର ଉପରମୁହାଁ l -
କଟକରେ ୩୬ ଘଣ୍ଟା କର୍ଫ୍ୟୁ ବଳବତ୍ତର ରହିଛି । -
ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ। -
କଟକରେ ଭସାଣ ବେଳେ ଗଣ୍ଡଗୋଳ । -
ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା । -
ଧରାବତରଣ କରିଛନ୍ତି ଜଗତଜନନୀ ମା’ ଦୁର୍ଗା । -
ହରିୟାଣାର ସୋନିପତ ଜିଲ୍ଲାରେ ଭୂମିକମ୍ପ ଝଟକା। -
ଧରାପୃଷ୍ଠକୁ ଅବତରଣ କରିବେ ମାଆ ଜଗତଜନନୀ ।
