

ସତ୍ୟଶିଖା(ଭୁବନେଶ୍ୱର ) ୨୩.୦୮ .୨୦୨୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୧ ଜଣ ଅଛନ୍ତି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୩୧୮ଟି ହେଉଛି ଲୋକାଲ୍ କେସ୍। ସେହିପରି ଏମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୯ ଜଣ ଥିବା ବେଳେ କଟକରୁ ୧୧୭ ଓ ଷ୍ଟେଟ୍ ପୁଲ୍ରୁ ୬୪ ଜଣ ଅଛନ୍ତି।
ଅନୁଗୋଳ ଜିଲ୍ଲାରୁ ଆଉ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫୨, ବରଗଡ଼ରୁ ୧୮, ଭଦ୍ରକରୁ ୮, ବଲାଙ୍ଗିରରୁ ୨, ବୌଦ୍ଧରୁ ୧, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୧୨, ଗଜପତିରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୧୮, ଯାଜପୁରରୁ ୩୫, ଝାରସୁଗୁଡ଼ାରୁ ଜଣେ, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୫, କେନ୍ଦୁଝରରୁ ୫, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୨୪, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୨, ପୁରୀରୁ ୧୩, ରାୟଗଡ଼ାରୁ ୫, ସମ୍ବଲପୁରରୁ ୨୦, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣ ଅଛନ୍ତି।
କୋରାପୁଟ, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଗତ ୨୪ ଘଣ୍ଟାରେ ଜଣେ ବି କରୋନା ପଜିଟିଭ୍ ଚିହ୍ନଟ ହୋଇ ନାହାନ୍ତି।