ଦେଶବିଦେଶରାଜ୍ୟ

୧୦ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଡାକରା ଦେଇଛନ୍ତି ଆଜି ଭାରତ ବନ୍ଦ ପାଇଁ

ସତ୍ୟଶିଖା (ଭୁବନେଶ୍ୱର) ୨୬/୧୧/୨୦୨୦ : ଆଜି ଭାରତ ବନ୍ଦ । ଏହି ବନ୍ଦ ଡାକରା ଦେଇଛନ୍ତି ପ୍ରାୟ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ । ଏକାଧିକ ସରକାରୀ କ୍ଷେତ୍ରର ଘରୋଇକରଣ ଓ ନୂଆ କୃଷି ଆଇନ୍ ବିରୋଧରେ ଶ୍ରମିକ ସଂଗଠନ ପକ୍ଷରୁ ଏହି ଭାରତ ବନ୍ଦର ଡାକରା ଦିଆଯାଇଛି । ତେବେ ବନ୍ଦ ସମୟରେ ଜରୁରୀ ସେବାକୁ ଛାଡ଼ି ଅନ୍ୟ ସବୁ ବନ୍ଦ ରଖିବାକୁ ଆହ୍ବାନ ଦିଆଯାଇଛି ।

ଶ୍ରମିକ ସଂଗଠନଗୁଡ଼ିକ ପକ୍ଷରୁ ଦିଆଯାଇଥିବା ଏହି ବନ୍ଦ ଡାକରାକୁ ଏକାଧିକ ରାଜନୈତିକ ଦଳ ସମର୍ଥନ କରୁଥିବା ବେଳେ ଓଡ଼ିଶାରେ କଂଗ୍ରେସ ଏହାକୁ ସମର୍ଥନ କରୁଛି । ଏହି ବନ୍ଦକୁ ରାଜ୍ୟ କଂ ଗ୍ରେସ ମଧ୍ୟ ସମର୍ଥନ କରୁଛି ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତାରେ କହିଛିନ୍ତି । ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବ୍ୟବସାୟିକ ପ୍ରତିଷ୍ଠାନ ସହ ଅନ୍ୟ ସମସ୍ତ ସରକାରୀ ବେସରକାରୀ ପ୍ରତିଷ୍ଠାନ ଓ ଗାଡ଼ି ମୋଟର ଚଳାଚଳ ବନ୍ଦ ରଖିବାକୁ ସଂଗଠନମାନଙ୍କ ପକ୍ଷରୁ ଆହ୍ବାନ ଦିଆଯାଇଛି ।ଅନ୍ୟପଟେ ଭାରତ ବନ୍ଦ ନେଇ କୌଣସି ସୂଚନା ସଂଘକୁ ଦିଆଯାଇନଥିବାରୁ ଘରୋଇ ବସ୍ ଚାଲିବ ବୋଲି ମାଲିକ ସଂଘ ପକ୍ଷରୁ କୁହାଯାଇଛି । ସହରର ପ୍ରମୁଖ ଛକ ସମେତ ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ରେଳଷ୍ଟେସନ, ବସ୍ ଷ୍ଟାଣ୍ଡ ପ୍ରଭୃତି ୧୭ଟି ସ୍ଥାନରେ ପିକେଟିଂ କରିବାକୁ ସଂଗଠନ ସମୂହ ଯୋଜନା କରିଛନ୍ତି । ଏଥିପାଇଁ କମିସନରେଟ୍ ପୁଲିସ ପ୍ରସ୍ତୁତ ରହିଛି । କୌଣସି ପ୍ରକାରର ଅପ୍ରୀତିକର ପରିସ୍ଥିତି ସୃଷ୍ଟି କଲେ ଆନ୍ଦୋଳନକାରୀଙ୍କୁ ଗିରଫ କରାଯିବ ବୋଲି କମିସନରେଟ୍ ପୁଲିସ ପକ୍ଷରୁ କୁହାଯାଇଛି ।

Show More
Back to top button