ନ୍ୟୁଜ୍ରାଜ୍ୟ

ପଦ୍ମପୁରକୁ ଜିଲ୍ଲା ମାନ୍ୟତା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲା କ୍ରିୟାନୁଷ୍ଠାନ କମିଟି

ସତ୍ୟଶିଖା(ଭୁବନେଶ୍ୱର )୧୬.୧୧.୨୦୨୨:  ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲା କ୍ରିୟାନୁଷ୍ଠାନ କମିଟି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ପଦ୍ମପୁରକୁ ଜିଲା ଘୋଷଣା କରିବା ପାଇଁ ଦାବି କରିଛନ୍ତି। ପଦ୍ମପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କ୍ରିୟାନୁଷ୍ଠାନ କମିଟି ଆନ୍ଦୋଳନ ଜାରି ରଖିଛି।

ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ବିଜେଡି ବିଧାୟକ ସୁଶାନ୍ତ ସିଂ କମିଟିକୁ ଭେଟି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନିମନ୍ତ୍ରଣ ଦେଇଥିଲେ। ସେହି ଅନୁରୋଧ କ୍ରମେ ଆଜି କମିଟିର ସଦସ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ପଦ୍ମପୁର ଉପ ନିର୍ବାଚନ ଥିବାରୁ ଜିଲ୍ଲା ମାନ୍ୟତା ଦାବି ଜୋର ଧରିଛି। ଜିଲ୍ଲା ଗଠନ ଦାବିକୁ ବିଜେଡି ପୂର୍ଵରୁ ସମର୍ଥନ ଜଣାଇଛି। ବିଜେପି ମଧ୍ୟ ଏ ଦାବିକୁ ସମର୍ଥନ କରିବା ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ ଭେଟି ଆଲୋଚନା କରିଥିଲେ।

Show More
Back to top button