ସତ୍ୟଶିଖା :୨୫/୦୬/୨୦୨୫:୬ ଥର ଘୁଞ୍ଚିବା ପରେ ମହାକାଶକୁ ଯିବେ ଶୁଭାଂଶୁ ଶୁକ୍ଳା। ଆମେରିକାର ଫ୍ଲୋରିଡ଼ାସ୍ଥିତ ନାସାର କେନେଡି ସ୍ପେଶ୍ ସେଣ୍ଟରରୁ ଡ୍ରାଗନ ମହାକାଶ ଯାନରେ ଲଞ୍ଚ କରାଯିବ ବହୁ ପ୍ରତୀକ୍ଷିତ ଆକ୍ସିଅମ୍-୪ ମିଶନ ।
ଭାରତୀୟ ସମୟ ଦିନ ୧୨ଟା ୧ ମିନିଟରେ ସ୍ପେସ ଏକ୍ସ ଫାଲକନ ୯ ରକେଟର ଉତକ୍ଷେପଣ କରାଯିବ । ଆସନ୍ତାକାଲି ଅପରାହ୍ଣ ୪ଟା ୩୦ରେ ଡକିଂ ପାଇଁ ଟାର୍ଗେଟ ରଖାଯାଇଛି । ପ୍ରଥମ ଭାରତୀୟ ମହାକାଶଚାରୀ ଭାବେ ISSକୁ ଯାଇ ଇତିହାସ ରଚିବେ ଭାରତୀୟ ମହାକାଶଚାରୀ ତଥା ବାୟୁସେନା ଗ୍ରୁପ୍ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଲା ।ଏହି ମିଶନରେ ଶୁଭାଂଶୁଙ୍କ ସହ ଆମେରିକୀୟ ମହାକାଶଚାରୀ ପେଗୀ ହ୍ବିଟସନ୍,ପୋଲାଣ୍ଡର ସ୍ଲାଓଜ୍ ଉଜନାଲସ୍କୀ ଏବଂ ହଙ୍ଗେରୀର ମେକାନିକାଲ ଇଞ୍ଜିନିୟର ଟିବୋର କାପୁ କ୍ରିଉ ସଦସ୍ୟ ଭାବେ ରହିଛନ୍ତି । ୧୪ ଦିନିଆ ମିଶନ ସମୟରେ ମହାକାଶଚାରୀ ISSରେ ବିଶ୍ୱବ୍ୟାପୀ ଜନସମ୍ପର୍କ କାର୍ଯ୍ୟକ୍ରମ, ମାଇକ୍ରୋଗ୍ରାଭିଟି ଗବେଷଣା ଏବଂ ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶନ କରିବେ । ଆକ୍ସିଅମ୍ ସ୍ପେସ୍,ସ୍ପେସ୍ ଏକ୍ସ ଏବଂ ଇସ୍ରୋର ଏହା ମିଳିତ ଅଭିଯାନ । ତେବେ ଶୁଭାଂଶୁଙ୍କର ୨ହଜାର ଘଣ୍ଟାରୁ ଅଧିକ ଉଡାଣ ଅଭିଜ୍ଞତା ରହିଛି । ୪୦ ବର୍ଷ ପରେ ଶୁଭାଂଶୁଙ୍କ ଏହା ଦ୍ବିତୀୟ ମାନବ ମହାକାଶ ଅଭିଯାନ ।