ସତ୍ୟଶିଖା : ୨୭/୦୩/୨୦୨୫: ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ ମୁକୁନ୍ଦପୁର ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡିଛି ଏକ ଯାତ୍ରୀ ବସ୍ । ଯେଉଁଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ମା ବାଙ୍ଗାରାମା ନାମକ ଏକ ବସ୍ ୪୫ ରୁ ଅଧିକ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ରାୟଗଡ଼ା ଅଭିମୁଖେ ଆସୁଥିଲା । ରାୟଗଡ଼ା ଜିଲ୍ଲା ମୁକୁନ୍ଦପୁର ଘାଟି ନିକଟରେ ବସ୍ଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଯାହାଫଳରେ ଗାଡ଼ିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨୩ ଜଣ ଆହତ ହୋଇଥିଲେ । ଦୁର୍ଘଟଣା ପରେ ସମସ୍ତ ଆହତ ଯାତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଥିମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ଦୁର୍ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି ।