ସତ୍ୟଶିଖା( ଅନୁଗୋଳ )୦୧.୦୩.୨୦୨୨ : ଗତକାଲି ବିଳମ୍ବିତ ରାତିରେ ଅନୁଗୋଳ ଜିଲ୍ଲା ଖମାର ଥାନା କଣ୍ଟିଆପଶି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ପଛରେ ଦ୍ରୁତ ଗତିରେ ଯାଉଥିବା ଏକ କାର୍ ପିଟି ହେବାରୁ ୫ ଜଣଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକ ଖମାର ଥାନା ଅଧୀନ ଇଞ୍ଜିଡ଼ି ଗାଁରେ ବୋଲି ଜଣାଯାଇଛି।
ଏହି ୫ ଜଣ ପାଲଲହଡ଼ା ଭୋଟ ଗଣତି କେନ୍ଦ୍ରକୁ ଯାଇଥିଲେ। ସେଠାରୁ କାର୍ ଯୋଗେ ବିଳମ୍ବିତ ରାତିରେ ଗାଁକୁ ଫେରୁଥିଲେ। କଣ୍ଟିଆପଶି ନିକଟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଟ୍ରକ୍ ରାସ୍ତାର ବାମ ପାର୍ଶ୍ୱରେ ଛିଡ଼ା ହୋଇଥିବା ବେଳେ ତା’ ପଛରେ କାର୍ଟି ପିଟି ହୋଇଥିଲା।