ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ୧୧,୮୦୭ କରୋନା ଆକ୍ରାନ୍ତ ଚିହ୍ନଟ

ସତ୍ୟଶିଖା(ଭୁବନେଶ୍ୱର) ୦୮ .୦୫.୨୦୨୧:ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧,୮୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧରୁ ୬୬୧୩ ଜଣ କ୍ୱାରେଣ୍ଟାଇନରେ ଥିଲେ। ବାକି ୫୧୯୪ଟି ହେଉଛି ଲୋକାଲ କେସ। ସେହିପରି ଆଉ ୨୧ ଜଣଙ୍କର କରୋନାରେ ମୃତ୍ୟୁ ଘଟିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୯୨୨ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୫୧୦ ଜଣ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜିଲ୍ଲା ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେହିପରି କଟକ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୧୦୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଲଗାତାର ଦୁଇ ଦିନ ଧରି ଜିଲ୍ଲାରେ ଦୈନିକ ସଂକ୍ରମଣ ୯୦୦ ଉପରେ ରହିବା ପରେ ଏହା ୧୦୦୦ରେ ଅତିକ୍ରମ କରିଛି।

Show More
Back to top button