ନ୍ୟୁଜ୍ରାଜ୍ୟ

ଆଜି ବାରିପଦା ଓ କେନ୍ଦ୍ରାପଡ଼ାରେ ଗଡ଼ିବ ରଥ

ସତ୍ୟଶିଖା( ବାରିପଦା/କେନ୍ଦ୍ରାପଡ଼ା  )୦୨ .୦୭ . ୨୦୨୨:  ଗତକାଲି ପୁରୀରେ ଲକ୍ଷାଧୀକ ଭକ୍ତଙ୍କ ଗହଳିରେ ରଥ ଗଡ଼ି ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଥିବା ବେଳେ ଆଜି ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ଓ  ତୁଳସୀକ୍ଷେତ୍ରର କେନ୍ଦ୍ରାପଡ଼ାରେ ଗଡ଼ିବ ରଥ ।

ପରମ୍ପରା ଅନୁଯାୟୀ ଶ୍ରୀକ୍ଷେତ୍ର ପୁରୀର ଗୁଣ୍ଡିଚା ଯାତ୍ରା ଦିନ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ତିନି ଠାକୁରଙ୍କ ପହଣ୍ଡି କରା ଯାଇଥାଏ।  ପୁରୀ ରଥ ଯାତ୍ରାର ପର  ଦୁଇ ଦିନ ଧରି ବାରିପଦାରେ ରଥ ଟଣାଯାଇଥାଏ। ତେଣୁ ବାରିପଦାରେ ଗତକାଲି ତିନି ଠାକୁରଙ୍କୁ ପହଣ୍ଡି କରାଯାଇ ରଥାରୁଢ଼ କରାଯାଇଥିବା ବେଳେ ଆଜି ହେବ ରଥଟଣା । ଗତକାଲି ପରିଛାଙ୍କ ଦ୍ଵାରା ଛେରାପହଁରା ସେବା ପରେ ତିନି ଠାକୁରଙ୍କ ଗୋଟି ପହଣ୍ଡି କରାଯାଇ ରଥ ଉପରକୁ ଅଣା ଯାଇଥିଲା। ଶହ ଶହ ଭକ୍ତଙ୍କ ଗହଳି ଭିତରେ ରଥାରୂଢ଼ ହୋଇଥିଲେ  ଚତୁର୍ଦ୍ଧାମୂର୍ତ୍ତି।
Show More
Back to top button