ନ୍ୟୁଜ୍

ତ୍ରିରଙ୍ଗା ଉଡାଇଲେ ମୁଖ୍ୟମନ୍ତ୍ରୀ: କରୋନା କଟକଣା ଭିତରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ l

ସତ୍ୟଶିଖା ୧୫.୦୮.୨୦୨୦ :  ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମ ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଆୟୋଜିତ ହୋଇଛି  । ମାତ୍ର ୧୦୦ ଅତିଥୀଙ୍କ ଭିତରେ ଏହି ଉତ୍ସବ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତୋଳନ କରିଛନ୍ତି । ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମାତ୍ର ୩ ପ୍ଲାଟୁନ ଫୋର୍ସ ଓଡ୍ରାଫ, ଓଏସଏପିର ସପ୍ତମ ବାଟାଲିୟନ ଏବଂ ଏଏସବି ବାଟାଲିୟନ ସାମିଲ ହୋଇଥିଲେ । ସମସ୍ତେ ସାମାଜିକ ଦୂରତା ନିୟମକୁ କଡାକଡି ପାଳନ କରିଥିଲେ ।

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇବା ସହ ସ୍ୱାଧୀନତା ସଂଗ୍ରାମୀମାନଙ୍କ ସ୍ମୃତିଚାରଣ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି ଯେ କରୋନା ଯୋଦ୍ଧାଙ୍କ କାର୍ଯ୍ୟ ଅତୁଳନୀୟ । କୋଭିଡ୍‌ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ପାଖରେ ଓଡ଼ିଆ ଜାତି ଋଣୀ । କରୋନା ମୁକାବିଲା ପାଇଁ ସରକାର ବିଭିନ୍ନ ହସ୍ପିଟାଲର ବ୍ୟବସ୍ଥା କରିଛନ୍ତି । ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ ଏବଂ ଟଙ୍କା ପାଇଁ ଓଡ଼ିଶାରେ କେହି ରୋଗୀ ସେବାରୁ ବଞ୍ଚିତ ହେବେ ନାହିଁ ବୋଲି ସେ ସୂଚନା ଦେଇଛନ୍ତି । କରୋନା ଆକ୍ରାନ୍ତଙ୍କୁ ସବୁ ସୁବିଧା ମାଗଣାରେ ଯୋଗାଇ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Show More
Back to top button