ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ମୁଖ୍ୟମନ୍ତ୍ରୀ କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ଥେରାପି ବ୍ୟବସ୍ଥାର ଶୁଭାରମ୍ଭ କଲେ l

ସତ୍ୟଶିଖା ( ଭୁବନେଶ୍ୱର ) ୨୮.୦୭.୨୦୨୦ : ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ଥେରାପି ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଭିଡ଼ିଓ କନଫରେନ୍ସିଂରେ ଏହି ବ୍ୟବସ୍ଥାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ପ୍ଲାଜମା ସମ୍ପର୍କିତ ଭିଡ଼ିଓ ଚିତ୍ରକୁ ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ଲାଜମା ଦାନ ପାଇଁ ପୋର୍ଟାଲ ଓ ପୁସ୍ତିକାର ମଧ୍ୟ ଉନ୍ମୋଚନ କରାଯାଇଛି । ଏହା ରାଜ୍ୟର ଚତୁର୍ଥ ପ୍ଲାଜମା ବ୍ୟାଙ୍କ । ପୁର୍ବରୁ ଏସସିବି ସମେତ ୩ଟି କୋଭିଡ଼ ହସ୍ପିଟାଲରେ ଏହି ବ୍ୟବସ୍ଥା କାର୍ଯ୍ୟକ୍ଷମ ହୋଇଛି । ଅନ୍ୟପଟେ କରୋନାରୁ ସୁସ୍ଥ ବ୍ୟକ୍ତିଙ୍କୁ ପ୍ଲାଜମା ଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ନେତାମାନେ ମଧ୍ୟ ଅପିଲ କରୁଛନ୍ତି ।

Show More
Back to top button