ରାଜ୍ୟସ୍ୱାସ୍ଥ୍ୟ

ଖସୁଛି କରୋନା ଗ୍ରାଫ

ସତ୍ୟଶିଖା ( ଭୁବନେଶ୍ୱର ) ୦୩ /୦୯ /୨୦୨୧ :  ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର  । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୦୦୭୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୯୫ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୫୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୦ ଜଣ ପଜିଟିଭ ରହିଛନ୍ତି ।

Show More
Back to top button