ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ

ସତ୍ୟଶିଖା( ଭୁବନେଶ୍ୱର )୩୦.୦୯ . ୨୦୨୨:  ଆଜି ପୁଣି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୧୮୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୨୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୨୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Exit mobile version