ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ, ୫ଟି ପର୍ଯ୍ୟାୟରେ ଭୋଟ୍


ସତ୍ୟଶିଖା (ଭୁବନେଶ୍ୱର)୧୧.୦୧.୨୦୨୨: ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ । ମିଥ୍ୟା ସତ୍ୟପାଠ ଦେଲେ ପ୍ରାର୍ଥୀଙ୍କୁ ଦଣ୍ଡିତ କରିବାକୁ ପ୍ରାବଧାନ ରହିଛି । ଭୋଟ ଗ୍ରହଣ ସରିଲେ ବ୍ଲକ ସ୍ତରରେ ଭୋଟ ଗଣତି ହେବ । ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ପ୍ରଚାର ପାଇଁ ପଥପ୍ରାନ୍ତ ପଦଯାତ୍ରା, ବାଇକ ରାଲି ପାଇଁ ଅନୁମତି ନାହିଁ । ସାଧାରଣ ସଭା ବା କୌଣସି ପ୍ରକାର ସମାବେଶକୁ ଅନୁମତି ନାହିଁ । ସର୍ବାଧିକ ୫ ଜଣଙ୍କୁ ଧରି ପ୍ରାର୍ଥୀମାନେ ଘରକୁ ଘର ଯାଇ ପ୍ରଚାର କରିପାରିବେ । ଡବଲ ଡୋଜ୍ ଟିକା ବା ଆରଟିପିସିଆର ଟେଷ୍ଟ କରିଥିବା ବ୍ୟକ୍ତି ଗଣତି କେନ୍ଦ୍ରକୁ ଯିବାକୁ ଅନୁମତି ରହିଛି ।
ତେବେ ୫ଟି ପର୍ଯ୍ୟାୟରେ ପଞ୍ଚନ୍ତ ଭୋଟ ଗ୍ରହଣ କରାଯିବ । ଫେବୃଆରୀ ୧୬, ୧୮, ୨୦, ୨୨, ୨୪ରେ ଭୋଟ ଗ୍ରହଣ କରାଯିବ । ଫେବୃଆରୀ ୨୫,୨୭ ଓ ୨୮ରେ ଭୋଟ ଗଣତି ହେବ । ଆଜିଠାରୁ ରାଜ୍ୟରେ ଆଚରଣ ବିଧି ଲାଗୁ ହେବ ।