ସତ୍ୟଶିଖା (ଭୁବନେଶ୍ୱର) ୦୩/୧୦/୨୦୨୦ : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୯୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା l
