ସତ୍ୟଶିଖା (ଭୁବନେଶ୍ୱର) ୨୦/୧୦/୨୦୨୦ : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ୧୬ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା, କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁ, ନୂଆପଡା ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଝାରସୁଗୁଡା ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛି ।