ଜୀବନମନ୍ତ୍ରନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ
ରାଜ୍ୟରେ ସର୍ବାଧିକ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୫୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା l

ସତ୍ୟଶିଖା (ଭୁବନେଶ୍ୱର) ୦୧/୧୦/୨୦୨୦ : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୨୭୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୧୨୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୮୫୭୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୫୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୩୦୦୬୪୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।