ନ୍ୟୁଜ୍ରାଜ୍ୟ

ରାଜ୍ୟବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ସତ୍ୟଶିଖା(ଭୁବନେଶ୍ୱର ) ୧୪ .୦୧.୨୦୨୨ : ଆଜି ପବିତ୍ର ମକର ସଂକ୍ରାନ୍ତି । କରୋନା କଟକଣା ମଧ୍ୟରେ ମକର ସଂକ୍ରାନ୍ତି ପାଳୁଛି ସାରା ରାଜ୍ୟ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟକରି ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟ୍ୱିଟ୍‍ ଜରିଆରେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ରାଜ୍ୟବାସୀଙ୍କ ପାଇଁ ମହାପ୍ରଭୁଙ୍କ ନିକଟରେ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Show More
Back to top button