ସତ୍ୟଶିଖା (ପୁରୀ) ୨୪/୧୧/୨୦୨୦ : ନୂଆବର୍ଷ ପୂର୍ବରୁ ଖୋଲିପାରେ ଶ୍ରୀମନ୍ଦିର । ଡିସେମ୍ବର ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହରେ ଶ୍ରୀମନ୍ଦିର ଖୋଲିପାରେ ଶ୍ରୀମନ୍ଦିର । ଏନେଇ ଭକ୍ତଙ୍କ ପାଇଁ ସ୍ବତନ୍ତ୍ର ଏସଓପି ଜାରି କରାଯିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଛନ୍ତି ।
ଅନ୍ୟପଟେ ଆସନ୍ତା ୨୭ ତାରିଖରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପାଇଁ ଅନୁଷ୍ଠିତ ହୋଇଥିଲା ଛତିଶା ନିଯୋଗ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ନାଗାର୍ଜୁନ ବେଶରେ ସମସ୍ତ ସେବାୟତ ସହଯୋଗ କରିବେ । ରାତିରେ ବେଶ ସମୟରେ ପୋଲିସ ବ୍ୟବସ୍ଥା ରହିବ । ନାଗାର୍ଜୁନ ବେଶ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରହିବ । ଅବଢା ଯୋଜନାରେ ହେବାକୁ ଥିବା ଜଗନ୍ନାଥ ବଲ୍ଲଭ ସଂଗ୍ରହାଳୟରେ ରହିବ । ଏଥିପାଇଁ ଅନଲାଇନ ଦର୍ଶନ ବନ୍ଦ ରହିବ । ପତିତପାବନଙ୍କର ନାଗାର୍ଜୁନ ବେଶ ହେବନାହିଁ ।