ସତ୍ୟଶିଖା (ଗଞ୍ଜାମ) ୨୯/୧୨/୨୦୨୦ : ଜାନୁଆରୀ ୩ରୁ ଖୋଲିବ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା ତାରାତାରିଣୀ ମନ୍ଦିର । ଗଞ୍ଜାମ ଜିଲ୍ଲା ପ୍ରଶାସନର ଏନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । କରୋନା କଟକଣା ପାଇଁ ବନ୍ଦ ରହିଥିଲା ମନ୍ଦିର । ଏବେ ରାଜ୍ୟରେ କରୋନା ସଂକ୍ରମଣରେ ହ୍ରାସ ପାଉଥିବାରୁ ଏପରି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ ।
ଖବର ଅନୁଯାୟୀ, ମଙ୍ଗଳବାର ଜିଲ୍ଲା ପ୍ରଶାସନର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଜିଲ୍ଲା ପ୍ରଶାସନର ନିଷ୍ପତ୍ତି ଅନୁସାରେ ଆସନ୍ତା ୩ ତାରିଖ ଠାରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା ତାରାତାରିଣୀ ମନ୍ଦିର ଖୋଲିବ । ଏନେଇ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି । କରୋନା କଟକଣା ମଧ୍ୟରେ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ସେହିପରି ତହସିଲଦାରଙ୍କ ସହ ବୈଠକ ପରେ ଅନ୍ୟାନ୍ୟ ଧର୍ମାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନିଆଯିବ ।