ନ୍ୟୁଜ୍
ଏପ୍ରିଲ ପହିଲା ରୁ ବଢିବା ଶ୍ରମିକଙ୍କ ସର୍ବନିମ୍ନ ଦୈନିକ ମଜୁରି।


ସତ୍ୟଶିଖା :୩୦/୦୪/୨୦୨୫:ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶ୍ରମିକମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରିରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଅଣକୁଶଳୀ ଶ୍ରମିକମାନଙ୍କର ସର୍ବନିମ୍ନ ଦୈନିକ ମଜୁରି ୪୫୨ ଟଙ୍କାରୁ ୪୬୨ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ଅର୍ଦ୍ଧକୁଶଳୀ ଶ୍ରମିକମାନଙ୍କ ମଜୁରି ୫୦୨ ଟଙ୍କାରୁ ୫୧୨ ଟଙ୍କା, କୁଶଳୀ ଶ୍ରମିକ ମାନଙ୍କ ଦୈନିକ ମଜୁରି ୫୫୨ ଟଙ୍କାରୁ ୫୬୨ ଟଙ୍କା ଏବଂ ଉଚ୍ଚ-କୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରି ୬୦୨ ଟଙ୍କାରୁ ୬୧୨ ଟଙ୍କାକୁ ବୃଦ୍ଧି ପାଇଛି। ଶ୍ରମିକମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ମଜୁରୀ ବୃଦ୍ଧି କରିଛନ୍ତି। ବର୍ଦ୍ଧିତ ମଜୁରି ପିଛିଲା ଭାବେ ଏପ୍ରିଲ ପହିଲା ଠାରୁ ଲାଗୁ ହେବ।