ମନ୍ତ୍ରୀ ବନ୍ୟାଜନିତ କ୍ଷୟକ୍ଷତି ନେଇ ଜିଲ୍ଲାପାଳଙ୍କୁ ରିପୋର୍ଟ ମାଗିଲେ l


ସତ୍ୟଶିଖା ( ଭୁବନେଶ୍ୱର ) ୧୭ .୦୮.୨୦୨୦ : ବନ୍ୟାଜନିତ କ୍ଷୟକ୍ଷତି ନେଇ ଜିଲ୍ଲାପାଳ ମାନଙ୍କୁ ରିପୋର୍ଟ ମଗାଯାଇଛି । ରିପୋର୍ଟ ଆସିଲା ପରେ ଜଣାପଡିବ କେଉଁଠି କେତେ କ୍ଷୟକ୍ଷତି ହୋଇଛି । ଫସଲ ଜନିତ କ୍ଷୟକ୍ଷତିର ରିପୋର୍ଟ ମଧ୍ୟ ମଗାଯାଇଛି । ତେବେ ବନ୍ୟାଜନିତ କ୍ଷୟକ୍ଷତି ନେଇ ଜିଲ୍ଲାପାଳଙ୍କୁ ରିପୋର୍ଟ ମଗାଯାଇଥିବା ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି ସୂଚନା ଦେଇଛନ୍ତି । ରିପୋର୍ଟ ଆସିବା ପରେ ଆବଶ୍ୟକ ପଦକ୍ଷେପ ନିଆଯିବ ।
ବନ୍ୟାଯୋଗୁଁ ବିଶେଷ କ୍ଷୟକ୍ଷତି ହୋଇନାହିଁ । ଯେଉଁ ଅଞ୍ଚଳରେ ବନ୍ୟାପାଣି ମାଡିଥିଲା ସେମାନଙ୍କୁ ସ୍ଥାନାନ୍ତରଣ କରାଯାଇଥିଲା । ପାଣି ଛାଡିବା ପରେ ସେମାନେ ଘରକୁ ଫେରିଛନ୍ତି । ଗୋଦାବରୀ ନଦୀରେ ବନ୍ୟା ଆଶଙ୍କା କରାଯାଉଛି । ସେଥିପାଇଁ ସ୍ଥାନୀୟ ପ୍ରଶାସନକୁ ଆଲର୍ଟ ରହିବାକୁ ନିର୍ଦେଶ ଦିଆଯାଇଛି । ଢେଙ୍କାନାଳ ଓ ମାଲକାନଗିରିର ବିଭିନ୍ନ ଅଂଚଳ ବ୍ୟାପକ ପ୍ରଭାବିତ ହୋଇଛି । କିଛି ରାସ୍ତା କଟଅଫ ରହିଛି । ଆଗକୁ ହେବାକୁ ଥିବା ଆସନ୍ନ ଲଘୁଚାପ ଓ ତତଜନିତ ବର୍ଷା ପାଇଁ ଜିଲା ପ୍ରଶାସନକୁ ସଜାଗ ରହିବାକୁ କୁହାଯାଇଛି । ବଲାଙ୍ଗୀରରେ କାନ୍ଥ ପଡି ଜଣଙ୍କର ମୃତ୍ୟୁ ଓ ଜଣେ ଗୁରୁତର ଆହତ ଥିବା ସୂଚନା ଦେଲେ ରାଜସ୍ଵ ମନ୍ତ୍ରୀ ।