ସତ୍ୟଶିଖା (ଭୁବନେଶ୍ୱର) ୨୭/୦୧/୨୦୨୧ : ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ସରକାର ପ୍ରସ୍ତୁତ କରିଛନ୍ତି ସହାୟକ ପୁସ୍ତିକା ‘ପରୀକ୍ଷା ଦର୍ପଣ’ । ଏହାକୁ ଆଜି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉନ୍ମୋଚନ କରିଛନ୍ତି । ୭୦୦ ପୃଷ୍ଠା ବିଶିଷ୍ଟ ଏହି ପୁସ୍ତିକାରେ ମାଟ୍ରିକ ପରୀକ୍ଷାର ସାମ୍ଭାବ୍ୟ ପ୍ରଶ୍ନ ଓ ଉତ୍ତର ରହିଛି । ସରକାର ଏହି ପୁସ୍ତିକାକୁ ଛାତ୍ରଛାତ୍ରୀଙ୍କୁ ମାଗଣାରେ ଯୋଗାଇଦେବେ । ରାଜ୍ୟର ୬ ଲକ୍ଷ ୨୦ ହଜାର ୫୦୮ ଛାତ୍ରଛାତ୍ରୀଙ୍କୁ ଏହି ପୁସ୍ତିକା ବଣ୍ଟନ କରାଯିବ । ଆସନ୍ତା ଫେବୃୟାରୀ ୧୫ ତାରିଖ ସୁଦ୍ଧା ଏହି ପୁସ୍ତିକାକୁ ସମସ୍ତ ଛାତ୍ରଛାତ୍ରୀଙ୍କ ନିକଟରେ ପହଞ୍ଚାଇବା ଲାଗି ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ।
ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ‘ପରୀକ୍ଷା ଦର୍ପଣ’, ଉନ୍ମୋଚନ କଲେ ଗଣାଶିକ୍ଷା ମନ୍ତ୍ରୀ
