ସତ୍ୟଶିଖା (ଭୁବନେଶ୍ୱର) ୧୦.୦୬.୨୦୨୨: ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ଜୁଲାଇ ୨ ତାରିଖରୁ ଆରମ୍ଭ ହେବ। ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବ। ଅଧିବେଶନରେ ମୋଟ ୨୪ଟି କାର୍ଯ୍ୟ ଦିବସ ଥିବାବେଳେ ଜୁଲାଇ ୩୦ରେ ବ୍ୟୟ ମଞ୍ଜୁରୀ ବିଲ୍ ଉପସ୍ଥାପନ ହେବ।
ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଜୁଲାଇ ୨ ତାରିଖରେ ପୂର୍ଣ୍ଣାଙ୍ଗ ଉପସ୍ଥାପନ ହେବ। ଜୁଲାଇ ୭ରୁ ୧୩ ତାରିଖ ପର୍ଯ୍ୟନ୍ତ ଗୃହ ମୁଲତବୀ ରହିବ। ଜୁଲାଇ ୧୪ ତାରିଖରୁ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହେବ। ଅଗଷ୍ଟ ୨ ଓ ୪ ପ୍ରାଇଭେଟ୍ ମେମ୍ବରର୍ସ ବିଲ୍ ପାଇଁ ଉଦ୍ଦିଷ୍ଟ ରହିଛି।
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ୨୦୨୨-୨୩ର ପୂର୍ଣ୍ଣାଙ୍ଗ ବଜେଟ୍ ପରିବର୍ତ୍ତେ ରାଜ୍ୟ ସରକାର ୪ ମାସିଆ କାମଚଳା ବଜେଟ ଉପସ୍ଥାପିତ କରିଥିଲେ। ତେଣୁ ଜୁଲାଇ ୩୧ ପୂର୍ବରୁ ବଜେଟ୍ ଗୃହର ଅନୁମୋଦନ ଲାଭ କରିବା ବାଧ୍ୟତାମୂଳକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ବିଦେଶ ଗସ୍ତ ଶେଷ କରି ଜୁଲାଇ ୧ ରେ ଭୁବନେଶ୍ୱର ଫେରିବା ପରେ ବଜେଟ୍ ଅଧିବେଶନ ଆରମ୍ଭ ହେବ।
ଏଥର ନୂଆ ବାଚସ୍ପତି ଗୃହ ପରିଚାଳନା କରିବେ। ଉଭୟ ଶାସକ ଓ ବିରୋଧୀଙ୍କୁ ନେଇ ସେ କିପରି ଶାନ୍ତି ଶୃଙ୍ଖଳାରେ ସୁରୁଖୁରୁରେ ଗୃହ ଚଳାଇବେ, ତା’ ଉପରେ ସମସ୍ତଙ୍କ ନଜର ରହି
ସମ୍ବନ୍ଧିତ ଖବର
-
୩ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପ୍ରମୁଖ ମୋହନ ଭାଗବତ । -
ବୁର୍ଲା ବୀର ସୁନ୍ଦେର ସାଇ ୟୁନିଭେର୍ସିଟି ରେ ଲାଗୁ ହେଲା ୟୁନିଫର୍ମ ବା ଡ୍ରେସ କୋଡ୍। -
ଚୀନ୍ ଭାରତ ସହିତ ବାଣିଜ୍ୟ ବୃଦ୍ଧି କରିବାକୁ ଇଚ୍ଛା ପ୍ରକାଶ କରିଛି। -
ଆଜି ଭାଦ୍ରବ କୃଷ୍ଣ ପକ୍ଷ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। -
ବିଶ୍ୱ ବିଦ୍ୟାଳୟ କ୍ୟାମ୍ପସରେ ପାଳନ ହେବ ରାଗିଂ ମୁକ୍ତ କ୍ୟାମ୍ପସ ଦିନ । -
ଜମ୍ମୁ-କଶ୍ମୀରର ବିଭିନ୍ନ ଅଞ୍ଚଳରେ “ଆଜାଦୀ କା ଅମୃତ ମହୋତ୍ସବ” ଅନ୍ତର୍ଗତ “ହର ଘର ତ୍ରିରଙ୍ଗା” ଅଭିଯାନରେ ତ୍ରିରଙ୍ଗା ରାଲି କରାଯାଉଛି । -
ନିର୍ଦ୍ଧାରିତ ୩୧ ତାରିଖରେ ହୋଇନପାରେ OTETର ସାନି ପରୀକ୍ଷା। -
ଆଜି ବିଶ୍ବ ହସ୍ତୀ ଦିବସ । -
ଆଜି ସଂସଦରେ ଉପସ୍ଥାପିତ ହେବ ନୂଆ ଆୟକର ବିଧେୟକ। -
ସୋମବାର ପଶ୍ଚିମ ତୁର୍କୀରେ ବାଲିକେସିର ପ୍ରଦେଶରେ ୬.୧ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି।