ସତ୍ୟଶିଖା( ଭୁବନେଶ୍ୱର )୦୨ .୦୭ . ୨୦୨୨: ଆଜିଠୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ବିଭିନ୍ନ ପ୍ରସଙ୍ଗକୁ ନେଇ ଏଥର ହୁଲସ୍ତୁଲ ହେବ ଗୃହ। ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରାଯିବ ।
ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି, ହାତୀ ମୃତ୍ୟୁ, ଚାଷୀ ସମସ୍ୟା, ସବୁ ସ୍ତରରେ ଦୁର୍ନୀତି ହେଉଥିବା ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି ବିଜେପି । ଧାନର ଅଭାବି ବିକ୍ରି , ଅଗ୍ନିବୀର ଯୋଜନା, ବେକାରୀ ସମସ୍ୟା, ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଅନ୍ତରୀଣ ବେଲ୍ ଆଦି ପ୍ରସଙ୍ଗ ଗୃହରେ ଉଠାଇବ କଂଗ୍ରେସ । ଅନ୍ୟପଟେ ସବୁ ପ୍ରସଙ୍ଗରେ ଆଲୋଚନା ଲାଗି ସରକାର ପ୍ରସ୍ତୁତ ଥିବା କହିଛି ବିଜେଡି ।ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜୁଲାଇ ୭ ତାରିଖ ଯାଏଁ ଚାଲିବ । ଦ୍ୱିତୀୟ ପର୍ଯ୍ୟାୟ ଜୁଲାଇ ୧୩ରୁ ଆରମ୍ଭ ହୋଇ ଅଗଷ୍ଟ ୪ରେ ଶେଷ ହେବ ।
ଚଳିତ ବଜେଟ୍ ଅଧିବେଶନରେ ସମୁଦାୟ ୨୪ଟି କାର୍ଯ୍ୟଦିବସ ରହିଛି । ମୌସୁମୀ ଅଧିବେଶନରେ ଗୃହ ପ୍ରତ୍ୟେକ ଦିନ ୬ ଘଣ୍ଟା ଚାଲିବ । ଅପରାହ୍ନରେ ଅଧିବେଶନ ୪ଟାରୁ ସନ୍ଧ୍ୟା ୭ଟା ଯାଏ କରିବାକୁ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହୋଇଛି ।
ସମ୍ବନ୍ଧିତ ଖବର
-
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । -
ବଜ୍ରପାତରେ ପୋଡ଼ିଗଲା ଲିଙ୍ଗରାଜ ମନ୍ଦିରର ପତାକା । -
ଧନ୍ତେରାସ ପୂର୍ବରୁ ସୁନା ଏବଂ ରୁପା ଦର ଉପରମୁହାଁ l -
କଟକରେ ୩୬ ଘଣ୍ଟା କର୍ଫ୍ୟୁ ବଳବତ୍ତର ରହିଛି । -
ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ। -
କଟକରେ ଭସାଣ ବେଳେ ଗଣ୍ଡଗୋଳ । -
ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା । -
ଧରାବତରଣ କରିଛନ୍ତି ଜଗତଜନନୀ ମା’ ଦୁର୍ଗା । -
ହରିୟାଣାର ସୋନିପତ ଜିଲ୍ଲାରେ ଭୂମିକମ୍ପ ଝଟକା। -
ଧରାପୃଷ୍ଠକୁ ଅବତରଣ କରିବେ ମାଆ ଜଗତଜନନୀ ।
