ସତ୍ୟଶିକ୍ଷା ୨୬.୦୯.୨୦୨୦ : ସେପ୍ଟେମ୍ବର ୨୬ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୫୯, ୦୩, ୯୩୨ ଲକ୍ଷ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୪୮,୪୯,୫୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି । ବାକି ୯୩, ୩୭୯ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୮୫, ୩୬୨ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯, ୬୦, ୯୬୯ ରହିଛି। ୨୪ ଘଣ୍ଟାରେ ୧,୦୮୯ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ହୋଇଥିବା ତଥ୍ୟ ରେକର୍ଡ ଅନୁସାରେ, ନୂତନ ସଂକ୍ରମଣ ଅପେକ୍ଷା ଭାରତରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ଅଧିକ। ଆଠ ଦିନ ମଧ୍ୟରୁ ସାତ ଦିନରେ ନୂତନ ସଂକ୍ରମଣ ଅପେକ୍ଷା ଆରୋଗ୍ୟ ହାର ଅଧିକ ହୋଇଥିବା ଜଣାପଡ଼ିଛି ।
ଦେଶରେ ହୁ ହୁ ହୋଇ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।
