ସତ୍ୟଶିଖା ୧୩/୦୯/୨୦୨୫: ସେପ୍ଟେମ୍ବର ୨୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବ୍ରହ୍ମପୁରରେ ହେବାକୁ ଥିବା ଯୁବ ସମାବେଶରେ ସାମିଲ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ଖବର ଅନୁଯାୟୀ, ଆସନ୍ତା ୨୭ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଏହାପରେ ଭୁବନେଶ୍ୱର ବିମାନବନ୍ଦରରୁ ବ୍ରହ୍ମପୁର ଅଭିମୁଖେ ଗସ୍ତ କରିବେ। ସେଠାରେ ଆୟୋଜିତ ହେବାକୁ ଥିବା ବିଶାଳ ଯୁବ ସମାବେଶରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।