ଆଜିଠୁ ୩ ଦିନିଆ ଗୁଜୁରାଟ ଗସ୍ତରେ ପ୍ରଧାନମନ୍ତ୍ରୀ

ସତ୍ୟଶିଖା( ଗାନ୍ଧୀନଗର )୧୮.୦୪.୨୦୨୨  : ଆଜିଠୁ ୩ ଦିନିଆ ଗୁଜୁରାଟ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି (PM Modi Visit Gujarat) । ଆଜିଠୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଗୁଜୁରାଟ ଗସ୍ତରେ ରହିବେ । ଏହି ୩ ଦିନିଆ ଗସ୍ତରେ ପ୍ରଧାନମନ୍ତ୍ରୀ ଅନେକ ସ୍ଥାନ ପରିଦର୍ଶନ କରିବା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏନେଇ ଗତକାଲି ପ୍ରଧାନମନ୍ତ୍ରୀ ଟ୍ବିଟ କରି ସୂଚନା ଦେଇଛନ୍ତି । ଗାନ୍ଧୀନଗର, ବନାସଡେରୀ, ଜାମନଗର ଏବଂ ଦୋହୋଡରେ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ।

Exit mobile version