ଆଜି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବ ।

ସତ୍ୟଶିଖା :୧୩/୦୫/୨୦୨୫:ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବ । ସିବିଏସ୍‌ଇ ପରିଚାଳିତ ଘରୋଇ ସ୍କୁଲକୁ ଏପରି ଖବର ଆସିଥିବା ନେଇ  ଏକ ବିଶେଷ ସୂତ୍ରରୁ ସୂଚନା ମିଳିଛି । କେବଳ  ଏତିକି ନୁହେଁ ଡିଜି ଲକର ୱେବ୍‌ସାଇଟ୍‌ରେ ରେଜଲ୍ଟ ଖୁବ୍‌ ଶୀଘ୍ର ଆସିବ ବୋଲି ଲେଖାଯାଇଛି । ସୂଚନାଯୋଗ୍ୟ, ସିବିଏସ୍‌ଇ ଦଶମ ପରୀକ୍ଷା  ଗତ ଫେବ୍ରୁଆରୀ ୧୫ରୁ ମାର୍ଚ୍ଚ ୧ ଯାଏ ହୋଇଥିଲା ।  ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବ୍ରୁଆରୀ ୧୫ରୁ  ଆରମ୍ଭ ହୋଇ ଏପ୍ରିଲ୍‌ ୪ରେ ଶେଷ ହୋଇଛି । ଚଳିତ  ବର୍ଷ ସାରା ଦେଶରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ୪୪  ଲକ୍ଷ ପିଲା ପରୀକ୍ଷା ଦେଇଛନ୍ତି ।

ବିଶେଷ ସୂତ୍ରରୁ  ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତାକାଲି ପୂର୍ବାହ୍ନ  ୧୦ଟାରେ ସିବିଏସ୍‌ଇ ଦଶମ ଶ୍ରେଣୀ ରେଜଲ୍ଟ ପ୍ରକାଶ  ପାଇବ । ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ  ଆସିବ । ସିବିଏସ୍‌ଇ ପକ୍ଷରୁ ଏନେଇ କୌଣସି  ସୂଚନା ଦିଆଯାଇନାହିଁ । ୱେବ୍‌ସାଇଟ୍‌ www.cbseresults.nic.in ରେ ରେଜଲ୍ଟ ଉପଲବ୍ଧ  ହେବ । ପିଲାମାନେ ସେମାନଙ୍କର ରୋଲ୍‌ ନମ୍ବର,  ଜନ୍ମ ତାରିଖ ପ୍ରଦାନ କରି ରେଜଲ୍ଟ ଦେଖିପାରିବେ ।

Exit mobile version