

ସତ୍ୟଶିଖା(ବାଲେଶ୍ବର )୧୮.୧୦ .୨୦୨୧: ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ ମଥାନି ଠାରେ ବିପଦ ସଂଙ୍କେତ ଟପି ଜଳକା ପ୍ରବାହିତ ହେଉଛି । ବିପଦ ସଂଙ୍କେତ ୫.୫୦ ଥିବା ବେଳେ ଆଜି ସକାଳେ ଏହା ୬.୦୧ରେ ପ୍ରବାହିତ ହେଉଛି । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ନଦୀ ତଟବର୍ତ୍ତି ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି ।
ଆଜି ପ୍ରବଳ ବର୍ଷା ନେଇ ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଘଡ଼ଘଡ଼ି ସହ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ୧୯ ତାରିଖ ପାଇଁ ଘଡ଼ଘଡ଼ି ଓ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସଜୀବୀଙ୍କୁ ଆସନ୍ତାକାଲି ଯାଏଁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ୨୧ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ଆସିବ ।