ସତ୍ୟଶିଖା ୦୭/୦୧/୨୦୨୧ : କାଲିଠାରୁ ରାଜ୍ୟରେ ସ୍କୁଲ ଖୋଲିବ । ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ । କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲା ସ୍କୁଲ ଯିବେ । ୧୦୦ ଦିନ ପାଇଁ ପାଠପଢା ହେବ । ତେବେ ୮ ତାରିଖରୁ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ବାର୍ଷିକ ପରୀକ୍ଷା ପାଇଁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପ୍ରସ୍ତୁତି ଓ ସର୍ବବାରତୀୟ ସ୍ତରରେ ହେଉଥିବା ପ୍ରତିଯୋଗୀତା ପାଇଁ ପିଲାଙ୍କୁ ପ୍ରସ୍ତୁତି କରିବା ପାଇଁ ସ୍କୁଲ ଖୋଲାଯିବ । ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଜାନୁଆରୀ ୮ରୁ ଏପ୍ରିଲ ୨୬ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ଜାନୁଆରୀ ୮ରୁ ଏପ୍ରିଲ ୨୮ ଯାଏଁ ସ୍କୁଲ ଚାଲିବ । ସେହିପରି ଦଶମ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରାକ୍ଟିକାଲ ପରୀକ୍ଷା ଏପ୍ରିଲ ୨୭ରୁ ମେ ୨ ତାରିଖ ଓ ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ପାଇଁ ଏପ୍ରିଲ ୨୯ରୁ ମେ ୧୪ ଯାଏଁ ହେବ । ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ମେ ୩ ତାରିଖରୁ ମେ ୧୫ ତାରିଖ ପର୍ଯ୍ୟନ୍ତ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମେ ୧୫ରୁ ଜୁନ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ପାଠପଢା ପାଇଁ ମାର୍ଗଦର୍ଶିକା ମଧ୍ୟ ଜାରି କରାଯାଇଛି ।
୧୦ ମାସ ପରେ କାଲିଠାରୁ ଖୋଲିବ ସ୍କୁଲ
