ଧର୍ମପର୍ଯ୍ୟଟନରାଜ୍ୟସ୍ୱାସ୍ଥ୍ୟ

ଆଜିଠୁ ସମସ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର

ସତ୍ୟଶିଖା(ପୁରୀ ) ୨୩.୦୮ .୨୦୨୧: ଦୀର୍ଘ ୪ ମାସର ପ୍ରତିକ୍ଷା ପରେ ରତ୍ନସିଂହାସନରେ ଶ୍ରୀଜିଉଙ୍କୁ ଦେଖିବାର ସୌଭାଗ୍ୟ ପାଇଛନ୍ତି ସର୍ବସାଧାରଣ । ସର୍ବସାଧାରଣଙ୍କ ଦର୍ଶନ ପାଇଁ ଖୋଲିଲା ଶ୍ରୀମନ୍ଦିର । କରୋନାର ଦ୍ୱିତୀୟ ଲହର କମିବା ପରେ ସେବାୟତ, ତାଙ୍କ ପରିବାର ଓ ପୁରୀବାସୀ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୌଭାଗ୍ୟ ପାଇଥିଲେ। ତେବେ ଆଜିଠାରୁ ରାଜ୍ୟ ଓ ରାଜ୍ୟ ବାହାରର ସମସ୍ତ ଭକ୍ତ ଚତୁର୍ଦ୍ଧାମୂରତିଙ୍କୁ ଦର୍ଶନ କରିପାରିବେ।

ସରକାରୀ ଗାଇଡଲାଇନ୍‌ ଅନୁଯାୟୀ,  ଚତୁର୍ଦ୍ଧାମୂରତିଙ୍କ ଦର୍ଶନ ପାଇଁ ଆରଟିପିସିଆର ନେଗେଟିଭ ରିପୋର୍ଟ କିମ୍ବା କରୋନା ଟିକାର ୨ଟି ଡୋଜ୍ ନେଇଥିବାର ସାର୍ଟିଫିକେଟ ଦେଖାଇବା ବାଧ୍ୟତାମୂଳକ କରାଯାଇଛି । ଆଧାର କାର୍ଡ ପରି ପରିଚୟ ପତ୍ର ବି ଆବଶ୍ୟକ ।

ଶୃଙ୍ଖଳିତ  ଦର୍ଶନ ପାଇଁ ସିଂହଦ୍ୱାରରେ ପ୍ରବେଶ ଓ ଉତ୍ତର ଦ୍ୱାରରେ ପ୍ରସ୍ଥାନର ବ୍ୟବସ୍ଥା ହୋଇଛି । ହାତ ସାନିଟାଇଜ୍ ପାଇଁ କରାଯାଇଛି ୮ଟି କିଓସ୍କ । ବୃଦ୍ଧ ଓ ଦିବ୍ୟାଙ୍ଗ ଯେମିତି ସୁରୁଖୁରୁରେ ଦର୍ଶନ କରିପାରିବେ, ତାର ମଧ୍ୟ ବ୍ୟବସ୍ଥା ହୋଇଛି।  ସକାଳ ୭ଟାରୁ ସଂଧ୍ୟା ୭ଟା ଯାଏ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ଭକ୍ତ।

Show More
Back to top button