ନୟାଗଡ଼ରେ ଲଜ୍ଜା !


ସତ୍ୟଶିଖା (ଭୁବନେଶ୍ୱର) ୦୯,୧୧,୨୦୨୩ : ଜଣେ ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରିମାଡ କଲା ଦୁର୍ବୃତ୍ତ । ମହିଳା ଗୁରୁତର ଅବସ୍ଥାରେ ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଇଟାମାଟି ଥାନା ବାଉଅଁଶିଆପଡା ଗାଁରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା ।
ହି ଗାଁର ଜଣେ ସ୍ବାମୀ ପରିତ୍ୟକ୍ତ ଏବଂ ମାନସିକ ବିକାରଗ୍ରସ୍ତ ମହିଳା ଗତକାଲି ରାତିରେ ଗାଁ ଦାଣ୍ଡରେ ଜଣେ ବ୍ୟକ୍ତିଙ୍କ ବାରଣ୍ଡାରେ ଶୋଇଥିବାବେଳେ ସେହି ଗାଁର ନିଶାଗ୍ରସ୍ତ ଯୁବକ ତାଙ୍କୁ ଦୁଷ୍କର୍ମ କରିବା ସହ ତାଙ୍କୁ ଛୁରିମାରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ମହିଳା ଜଣକ ପଡିଥିବା ଅବସ୍ଥାରେ ଦେଖି ପରିବାର ଲୋକ ତାଙ୍କୁ ନୟାଗଡ ମେଡିକାଲକୁ ଆଣିଥିଲେ ।
ଇଟାମାଟି ଥାନାଅଧିକାରୀ ମେଡିକାଲକୁ ଆସି ପୀଡିତା ଏବଂ ତାଙ୍କ ପରିବାର ଲୋକଙ୍କୁ ପଚରାଉଚରା କରି ତଦନ୍ତ ଆରମ୍ଭ କରିଛନ୍ତି । ତେବେ ଜଣେ ଯୁବକ ନା ଅଧିକ ଲୋକ ଏଥିରେ ସମ୍ପୃକ୍ତ ଅଛନ୍ତି ତାହା ତଦନ୍ତ ପରେ ଜଣାପଡିବ l