ନ୍ୟୁଜ୍ରାଜ୍ୟ

ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କଲେ ରାଜ୍ୟ ସରକାର

ସତ୍ୟଶିଖା( ଭୁବନେଶ୍ୱର )୧୮.୧୦.୨୦୨୨:  ସମ୍ଭାବ୍ୟ ବାତ୍ୟା ପ୍ରାଇଁ ପ୍ରସ୍ତୁତି ଆରମ୍ଭ କଲେ ରାଜ୍ୟ ସରକାର । ପ୍ରଭାବିତ ହେବାକୁ ଥିବା ଜିଲ୍ଲାମାନଙ୍କୁ ସରକାରଙ୍କ ନିର୍ଦ୍ଦେଶ । ୨୩ ରୁ ୨୫ ପର୍ଯ୍ୟନ୍ତ କର୍ମଚାରୀଙ୍କୁ ହେଡ କ୍ୱାର୍ଟର ଛାଡିବା ମନା ।
ବାତ୍ୟା ସମ୍ଭାବନା ବଢିବା ପରେ ଜରୁରୀ ବୈଠକ ଡାକିଛନ୍ତି ସରକାର । ସମ୍ଭାବ୍ୟ ବାତ୍ୟାକୁ ନେଇ ଆଜି ଅପରାହ୍ନ ୪ ଟାରେ ଜରୁରୀ ବୈଠକ ହେବ । ଏସଆରସି ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ । ବାତ୍ୟ ମୁକାବିଲା ନେଇ ବୈଠକରେ ଆଲୋଚନା ହେବ ।ସମ୍ଭାବ୍ୟ ବାତ୍ୟା ନେଇ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା । ମତ୍ସ୍ୟଜୀବୀଙ୍କୁ ସତର୍କ କରାଇଲା ପାଣିପାଗ ବିଭାଗ । ୨୨ ତାରିଖ ଠାରୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ।
ସେପଟେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ଅବପାତ ଘନୀଭୂତ ହୋଇ ବାତ୍ୟାର ରୂପ ନେବ ବୋଲି ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ।

 

Show More
Back to top button