ସତ୍ୟଶିଖା( ଭୁବନେଶ୍ୱର )୦୯ .୦୭ . ୨୦୨୨: ରାଜ୍ୟରେ ଦୈନିକ ସଂକ୍ରମଣ ୫୦୦ ଟପିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୫୯ ଜଣ ଅଛନ୍ତି।
ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କରାଯାଇଥିବା ଟ୍ୱିଟ୍ ଅନୁଯାୟୀ, ଏହି ୫୧୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩୦୦ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୧୨ ଟି ହେଉଛି ଲୋକାଲ୍ କେସ୍।ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୯, ସୁନ୍ଦରଗଡ଼ରୁ ୨୯ ଓ ଷ୍ଟେଟ୍ପୁଲ୍ରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଅନୁଗୋଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩, ବରଗଡ଼ ଓ ଭଦ୍ରକରୁ ଜଣେ ଲେଖାଏଁ, ଗଞ୍ଜାମରୁ ୨, ଜଗତସିଂହପୁର ୮, ଯାଜପୁର ୧୦, ଝାରସୁଗୁଡ଼ା ୭,କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ା ୩, କେନ୍ଦୁଝର ୩, ମାଲକାନଗିରି ୩, ମୟୂରଭଞ୍ଜ ୮, ନୟାଗଡ଼ରୁ ଜଣେ, ପୁରୀରୁ ୨୯, ରାୟଗଡ଼ା ୨, ସମ୍ବଲପୁର ୬ ଓ ସୋନପୁରରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
୫୧୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୨,୯୨୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୨,୮୦,୯୫୪ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୨୭୯୫ ଜଣ ଚିକିତ୍ସାଧୀନ ଅଛନ୍ତି।
ସମ୍ବନ୍ଧିତ ଖବର
-
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । -
ବଜ୍ରପାତରେ ପୋଡ଼ିଗଲା ଲିଙ୍ଗରାଜ ମନ୍ଦିରର ପତାକା । -
ଧନ୍ତେରାସ ପୂର୍ବରୁ ସୁନା ଏବଂ ରୁପା ଦର ଉପରମୁହାଁ l -
କଟକରେ ୩୬ ଘଣ୍ଟା କର୍ଫ୍ୟୁ ବଳବତ୍ତର ରହିଛି । -
ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ। -
କଟକରେ ଭସାଣ ବେଳେ ଗଣ୍ଡଗୋଳ । -
ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା । -
ଧରାବତରଣ କରିଛନ୍ତି ଜଗତଜନନୀ ମା’ ଦୁର୍ଗା । -
ହରିୟାଣାର ସୋନିପତ ଜିଲ୍ଲାରେ ଭୂମିକମ୍ପ ଝଟକା। -
ଧରାପୃଷ୍ଠକୁ ଅବତରଣ କରିବେ ମାଆ ଜଗତଜନନୀ ।
