ଜୀବନମନ୍ତ୍ରନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ
ରାଜ୍ୟରେ ଚିହ୍ନଟ ହେଲେ ୩୪୪୩ କରୋନା ସଂକ୍ରମିତ l

ସତ୍ୟଶିଖା (ଭୁବନେଶ୍ୱର) ୩୦/୦୯/୨୦୨୦ : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୪୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୯୧୧୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୧୭ ଜଣ କ୍ୱାରେଣ୍ଟାଇନ୍ରେ ରହିଥିବା ବେଳେ ୧୪୨୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୯୧୧୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୭୪୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୮୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୫୦୯୯୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।