ସତ୍ୟଶିଖା (ଭୁବନେଶ୍ୱର) ୩୦/୦୯/୨୦୨୦ : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୪୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୯୧୧୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୧୭ ଜଣ କ୍ୱାରେଣ୍ଟାଇନ୍ରେ ରହିଥିବା ବେଳେ ୧୪୨୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ରାଜ୍ୟରେ ଚିହ୍ନଟ ହେଲେ ୩୪୪୩ କରୋନା ସଂକ୍ରମିତ l
