

ସତ୍ୟଶିଖା (ଭୁବନେଶ୍ୱର) ୧୭/୧୧/୨୦୨୦ : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୬୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୭ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୁବର୍ଣ୍ଣପୁର ଓ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ଖୋର୍ଦ୍ଧା, କଟକ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୦୦୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୨୮୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୯୯୧୫୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୫୬୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୩୩୦୯୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।