ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୮୯୭ ପଜିଟିଭ

ସତ୍ୟଶିଖା(ଭୁବନେଶ୍ୱର ) ୦୬.୦୧.୨୦୨୨ :  ରାଜ୍ୟରେ ଲମ୍ବ ଡିଆଁ ମାରୁଛି ଦୈନିକ ସଂକ୍ରମଣ । ଗତକାଲି ୧୨୧୬ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆଜି ତାହା ୧୮୯୭ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୧୦୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ହେଉଛି ୭୯୧ ।

ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୨୫୮ ଚିହ୍ନଟ ହୋଇଥିବା ବେଳେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୦ ଲକ୍ଷ ୫୯ ହଜାର ୭୭୩କୁ ବୃଦ୍ଧି ପାଇଛି।  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୬୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୨୬୨ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୪୮,  ସମ୍ବଲପୁରରୁ ୧୨୫, ବାଲେଶ୍ୱରରୁ ୧୦୦, ଝାରସୁଗୁଡ଼ାରୁ ୬୬,  କେନ୍ଦୁଝରରୁ ୩୧,  ଯାଜପୁରରୁ ୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବାଦ ଅନୁଗୋଳରୁ ୩ ପଜିଟିଭ ଚିହ୍ନଟ ହୋଇଥିବା ବେଳେ  ବରଗଡ଼ରୁ ୧୬, ଭଦ୍ରକରୁ ୭, ବଲାଙ୍ଗିରରୁ ୬, ବୌଦ୍ଧରୁ ୩, ଦେବଗଡ଼ରୁ ୧୬, ଢେଙ୍କାନାଳରୁ ୪, ଗଜପତିରୁ ୨, ଗଞ୍ଜାମରୁ ୩୪, ଜଗତସିଂହପୁରରୁ ୧୯,  କଳାହାଣ୍ଡିରୁ ୧୪, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୨, କୋରାପୁଟରୁ ୧୫, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୪୦, ନବରଙ୍ଗପୁରରୁ ୨୫, ନୟଗଡ଼ରୁ ୧୪, ନୂଆପଡ଼ାରୁ ୧୨, ପୁରୀରୁ ୫୪, ରାୟଗଡ଼ାରୁ ୭, ସୋନପୁରରୁ ୧୩,  ଓ ଷ୍ଟେଲ ପୁଲରୁ ୧୫୮ ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ପଜିଟିଭ ସଂଖ୍ୟା ୧୦, ୫୯,୭୭୩ରେ ପହଞ୍ଚିଥିବା ବେଳେ ୧୦,୪୫,୫୧୪  ଜଣ ସୁସ୍ଥ ହୋଇ ସାରିଲେଣି। ଏବେ ରାଜ୍ୟରେ ଆକ୍ଟିଭ କେସ୍‌ ରହିଛି ୫୭୩୯ । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଗତ ୬ ଦିନରେ ୫ ହଜାରରୁ ଊର୍ଦ୍ଧ୍ୱ ନୂଆ ମାମଲା ସାମନାକୁ ଆସିଛି।

Show More
Back to top button