ଅପରାହ୍ନ 5ଟାରୁ ରାତି 10ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ରେ ସାଧାରଣ ଦର୍ଶନ ବନ୍ଦ ରହିବ l

ସତ୍ୟଶିଖା : ୩୧/୦୩/୨୦୨୫:  ଆଜି ଚୈତ୍ର ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜୀୟୁ ମାନଙ୍କର ଖସାପଡା ନିତି। ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକ ମାନେ ରତ୍ନସିଂହାସନ ଉପରେ ଚଢ଼ି ଦୀର୍ଘ ସମୟ ଧରି ମହାପ୍ରଭୁଙ୍କ ଏହି ଗୁପ୍ତନିତି ସମ୍ପାଦନ କରିବେ। ଖସାପଡା ନିତି ଶ୍ରୀଜୀୟୁ ମାନଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ।

ଏହି ନିତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ବର୍ଷରେ ଦୁଇରୁ ତିନିଥର ଏହି ନିତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନିତି ହୋଇଥିବାରୁ ମୁଖ୍ୟତଃ ଅପରାହ୍ନ 5ଟାରୁ ରାତି 10ଟା ପର୍ଯ୍ୟନ୍ତ 5ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Exit mobile version