ଦେଶ

ଆସନ୍ତା କାଲି ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା

ସତ୍ୟଶିଖା,(ନୂଆଦିଲ୍ଲୀ) ୨୫ .୦୩ .୨୦୨୧ : ଗତବର୍ଷ କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ୩ ଟି କୃଷି ବିଲକୁ ବିରୋଧ କରି କୃଷକ ମାନେ ଆନ୍ଦୋଳନ ଜାରି ରଖିଛନ୍ତି । ଆସନ୍ତା କାଲି ଏହି ଆନ୍ଦୋଳନକୁ ୪ ମାସ ପୁରିବାକୁ ଯାଉଥିବା ବେଳେ ଭାରତ ବନ୍ଦର ଡାକରା ଦେଇଛି ସଂଯୁକ୍ତ କିଷାନ ମୋର୍ଚ୍ଚା । ଆସନ୍ତା କାଲି ସକାଳ ୬ ରୁ ସନ୍ଧ୍ୟା ୬ ଟା ଯାଏ ଏହି ବନ୍ଦ ପାଳନ କରାଯିବ । ବନ୍ଦ ବେଳେ ପୁରା ଦେଶରେ ସଡକ, ରେଳ ପରିବହନ ସହ ବଜାର ବନ୍ଦ ରହିବ ବୋଲି କୂୁହାଯାଇଛି ।

କୃଷକ ନେତା ଦର୍ଶନ ପାଲ କହିଛନ୍ତି କି ‘ଏହି ଆନ୍ଦୋଳନକୁ ସଫଳ କରିବାକୁ ଆମେ ଦେଶବାସୀଙ୍କୁ ଅନୁରୋଧ କରୁଛୁ’ । ଅନ୍ୟପଟେ କୃଷକ ନେତା ବୁଟାସିଂ ବୂୁର୍ଜଗିଲ କହିଛନ୍ତି କି ଆନ୍ଦୋଳନକୁ ୪ ମାସ ପୁରିଲାଣି । ସରକାର ଏନେଇ କିଛି ବିଚାର କରୁଥିବା ଭଳି ମନେ ହେଉନାହିଁ ତେଣୁ ଆମେ ଭାରତ ବନ୍ଦର ଡାକରା ଦେଇଛୁ । ଏହି ଭାରତ ବନ୍ଦ ପାଳନ ବେଳେ ଶାନ୍ତି ବଜାୟ ରଖିବାକୁ ସେ କୃଷକ ମାନଙ୍କୁ କହିଛନ୍ତି । ଏହାସହ ମାର୍ଚ୍ଚ ୨୮ ତାରିଖ ଦିନ ହୋଲିକା ଦହନ ଅବସରରେ କୃଷି ଆଇନର ପ୍ରତୀକାତ୍ମକ ଛବି ଦହନ କରାଯିବ ବୋଲି ସେ କହିଛନ୍ତି ।

Show More
Back to top button