ରାଜ୍ୟରେ ପୁଣି ମୁଣ୍ଡ ନେଲା କରୋନା, ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୪ ଜଣଙ୍କ ମୃତ୍ୟୁ l


ସତ୍ୟଶିଖା ୨୯ .୦୮.୨୦୨୦ : ରାଜ୍ୟରେ ପୁଣି ମୁଣ୍ଡ ନେଲା ମହାମାରୀ କରୋନା ଭୂତାଣୁ । ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵlସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ସୂଚନାନୁଯାୟୀ, ୧୪ ମୃତକଙ୍କ ମଧ୍ୟରୁ ବାଲେଶ୍ୱର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବରଗଡ଼, ଯାଜପୁର, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୯୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୫୭୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୭୮୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୫୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬୭୦୯୧୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।