ସତ୍ୟଶିଖା( ନୂଆଦିଲ୍ଲୀ )୨୧.୦୩.୨୦୨୨ : ଦେଶରେ କୋଭିଡ୍ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୨ ହଜାରରୁ ଯଥେଷ୍ଟ କମ୍ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୫୪୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୧ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୦୯,୩୯୦ରେ ପହଞ୍ଚିଛି। ସେହିପରି ୧୨୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ ମୃତ୍ୟୁସଂଖ୍ୟା ୫,୧୬,୪୭୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୬୫୨ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ୪,୨୪,୬୭,୭୭୪ ସୁସ୍ସ୍ଥ ହୋଇଛନ୍ନ୍ତି ।। ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୧୦୬ ଥିବା ବେଳେ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୧,୨୪,୯୭,୩୦୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୩୦,୪୫,୧୫୭ଟି ନମୁନା ପରୀକ୍ଷା କରାଯାଇଛି।
ଦେଶରେ ୧,୫୪୯ କୋଭିଡ୍ ଆକ୍ରାନ୍ତ, ୩୧ ଜଣ ମୃତ
