

ସତ୍ୟଶିଖା (ଭୁବନେଶ୍ୱର) ୨୩.୧୨.୨୦୨୧: ଧୀରେ ଧୀରେ ଓଡ଼ିଶାରେ କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍। ୨ ଦିନ ପୂର୍ବରୁ ରାଜ୍ୟରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗତ ୨୧ ତାରିଖରେ ରାଜ୍ୟରେ ପ୍ରଥମ ୨ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨ ବାହାରିଛନ୍ତି। ଏ ନେଇ ସ୍ୱାସ୍ଥ୍ୟ ବିଭାଗକୁ ILS ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ ସମୁଦାୟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି।
ଏବେ ସମସ୍ତଙ୍କ ଚିନ୍ତା ବଢାଇଛି ଓମିକ୍ରନ । ଦେଶରେ ବଢୁଥିବା ଓମିକ୍ରନ ସ୍ଥିତିକୁ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କ ସହ ରାଜ୍ୟ ସରକାରଙ୍କ ବୈଠକ ଚାଲିଛି । ଓମିକ୍ରନ ମୁକାବିଲା ନେଇ ବୈଠକରେ ଆଲୋଚନା ହେଉଛି । ବୈଠକରେ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ଅନ୍ୟ ସ୍ବାସ୍ଥ୍ୟ ଅଧିକାରୀ ଉପସ୍ଥିତ ଅଛନ୍ତି