ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ଦିନକରେ ଆଖି ବୁଜିଲେ ଆଉ ୩ ଆକ୍ରାନ୍ତ

ସତ୍ୟଶିଖା(ଭୁବନେଶ୍ୱର )୧୬.୧୦ .୨୦୨୧:  ରାଜ୍ୟରେ କୋରୋନା ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ଏବେ ବ୍ରେକ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଜଣେ ରହିଥିବା ବେଳେ ପୁରୀରୁ ଜଣେ ଏବଂ ସୁନ୍ଦରଗଡ଼ରୁ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୮୨କୁ ବୃଦ୍ଧି ପାଇଛି। ଆଜି ରଜ୍ୟରେ ୩୫୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୭ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୬୩୪କୁ ବୃଦ୍ଧି ପାଇଛି ।

Show More
Back to top button