ରାଜ୍ୟରେ ୩୧୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ସତ୍ୟଶିଖା(ଭୁବନେଶ୍ୱର) ୧୭.୦୪.୨୦୨୧: ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟରେ ୩ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ୩୧୪୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୨୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୩୨୧ଟି ହେଉଛି ଲୋକାଲ୍ କେସ୍‌। ସେହିଭଳି ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ ଘଟିଛି।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୨୩ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୯୭, ନୂଆପଡ଼ାରୁ ୩୯୫, ବରଗଡ଼ରୁ ୧୫୬, କଟକରୁ ୧୪୦, ଝାରସୁଗୁଡ଼ାରୁ ୧୧୯, ପୁରୀରୁ ୧୨୯, କେନ୍ଦୁଝରରୁ ୧୨୮ ଓ ସମ୍ବଲପୁରରୁ ୧୪୯ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮, ଭଦ୍ରକରୁ ୫୧, ବଲାଙ୍ଗିରରୁ ୯୨, ବୌଦ୍ଧରୁ ୭, ଦେବଗଡ଼ରୁ ୨୧, ଢେଙ୍କାନାଳରୁ ଜଣେ, ଗଜପତିରୁ ୬୭, ଗଞ୍ଜାମରୁ ୪୪, ଜଗତସିଂହପୁରରୁ ୧୮, ଯାଜପୁରରୁ ୭୬, କଳାହାଣ୍ଡିରୁ ୫୩, କନ୍ଧମାଳରୁ ୧୩, କେନ୍ଦ୍ରାପଡ଼ାରୁ ୧୫, କୋରାପୁଟରୁ ୧୮, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୬୮, ନବରଙ୍ଗପୁରରୁ ୯୬, ନୟାଗଡ଼ରୁ ୨୯, ରାୟଗଡ଼ାରୁ ୪୪ ଓ ସୋନପୁରୁ ୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୧୧୦ ଜଣ ଚିହ୍ନଟ ହୋଇଛନ୍ତି।

Exit mobile version