ଦେଶରେ ଦିନକରେ ୩,୬୬,୧୬୧ ନୂଆ ଆକ୍ରାନ୍ତ, ୩,୭୫୪ ମୃତ

ସତ୍ୟଶିଖା(ନୂଆଦିଲ୍ଲୀ) ୧୦.୦୫.୨୦୨୧: ଦେଶର କରୋନା ମିଟର । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୬୬,୧୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩,୭୫୪ ମୃତ୍ୟୁ ହୋଇଛି । ନୂତନ ସଂକ୍ରମଣକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୨୬,୬୨,୫୭୫ ଓ ମୃତ୍ୟୁସଂଖ୍ୟା ୨,୪୬,୧୧୬ରେ ପହଞ୍ଚିଛି ।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୫୩,୮୧୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୧,୮୬,୭୧,୨୨୨ ରେ ପହଞ୍ଚିଛି । ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୭,୪୫,୨୩୭। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ,ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୭,୦୧,୭୬,୬୦୩ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୯ ତାରିଖ ସୁଦ୍ଧା ସମୁଦାୟ ୩୦,୩୭,୫୦,୦୭୭ ନମୂନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୭୪,୬୦୬ଟି ନମୂନା।

Exit mobile version