ରାଜ୍ୟରେ ୩୮୦୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩୭ ମୃତ

ସତ୍ୟଶିଖା(ଭୁବନେଶ୍ୱର) ୧୮.୦୬.୨୦୨୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮୦୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୭୨ ଜଣ କ୍ୱାରେଣ୍ଟାଇନ୍‌ ଥିଲେ। ବାକି ୧୬୩୪ଟି ହେଉଛି ଲୋକାଲ୍ କେସ୍। ସେହିପରି ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ଆଉ ୩୭ ଜଣ ଜୀବନ ହାରିଛନ୍ତି। ୩୮୦୬ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧୭ ଜଣ ଥିବା ବେଳେ କଟକରୁ ୩୯୩, ଯାଜପୁରରୁ ୩୪୬ ଓ ବାଲେଶ୍ୱର ଜିଲ୍ଲାରୁ ୨୨୦ ଜଣ ଅଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୭୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୫୮, ଭଦ୍ରକରୁ ୧୫୮, ବଲାଙ୍ଗିରରୁ ୨୮, ବୌଦ୍ଧରୁ ୩୫, ଦେବଗଡ଼ରୁ ୩୦, ଢେଙ୍କାନାଳରୁ ୪୩, ଗଜପତିରୁ ୪୫, ଗଞ୍ଜାମରୁ ୩୬, ଜଗତସିଂହପୁରରୁ ୧୩୦, ଝାରସୁଗୁଡ଼ାରୁ ୧୯, କଳାହାଣ୍ଡିରୁ ୪୩, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୧୪୫, କେନ୍ଦୁଝରରୁ ୮୧, କୋରାପୁଟରୁ ୭୭, ମାଲକାନଗିରିରୁ ୭୫, ମୟୂରଭଞ୍ଜରୁ ୧୫୯, ନବରଙ୍ଗପୁରରୁ ୮୮, ନୟାଗଡ଼ରୁ ୧୩୪, ନୂଆପଡ଼ାରୁ ୩୧, ପୁରୀରୁ ୨୦୦, ରାୟଗଡ଼ାରୁ ୧୧୧, ସମ୍ବଲପୁରରୁ ୪୫, ସୋନପୁରରୁ ୩୬ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୧୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୯୫ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ୩୭ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଥିବା ବେଳେ କଟକ ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ, ବରଗଡ଼, ଝାରସୁଗୁଡ଼ା, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବଲାଙ୍ଗିର, ଦେବଗଡ଼, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ଅଛନ୍ତି। ସେହିପରି ଗଜପତି, ମୟୂରଭଂଜ ଓ ସମ୍ବଲପୁର ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Exit mobile version