ରାଜ୍ୟରେ ୭୫୪ ପଜିଟିଭ ଚିହ୍ନଟ , ୬ ମୃତ

ସତ୍ୟଶିଖା(ଭୁବନେଶ୍ୱର )୨.୦୯ .୨୦୨୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୫୪ ସଂକ୍ରମିତ ଚିହ୍ନଟ  ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସେହିପରି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୬ ମୃତକଙ୍କ ସମ୍ପର୍କରେ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୨୮ରେ ପହଞ୍ଚିଛି।

୭୫୪ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ  ୪୩୮  ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୩୧୬ ।  ଖୋର୍ଦ୍ଧାରୁ ସର୍ବାଧିକ ୨୬୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାବାଦ ଅନୁଗୁଳରୁ ୧୬, ବାଲେଶ୍ୱରରୁ ୪୩,  ବରଗଡ଼ରୁ ୧, ଭଦ୍ରକରୁ ୭,ବଲାଙ୍ଗିରରୁ  ୪, ବୌଦ୍ଧରୁ ୩, କଟକରୁ ୧୧୦, ଦେବଗଡ଼ରୁ ୯,ଢେଙ୍କାନାଳରୁ ୯, ଗଂଜାମରୁ ୪, ଜଗତସିଂହପୁରରୁ ୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Exit mobile version