ଆଗାମୀ ୪ଦିନ ରାଜ୍ୟରେ କାଳବୈଶାଖୀ ସମ୍ଭାବନା

ସତ୍ୟଶିଖା(ଭୁବନେଶ୍ୱର) ୦୭ .୦୫.୨୦୨୧: ଆସନ୍ତା ୨୪ଘଣ୍ଟା ମଧ୍ୟ‌ରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ‌ସମ୍ଭାବନା ରହିଛି। ଏଥିସହିତ ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବି ହୋଇପାରେ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ତେବେ କାଳବୈଶାଖୀ ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ଜିଲ୍ଲାଗୁଡ଼ିକ ମଧ୍ୟ‌ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼,କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳ,ଢ଼େଙ୍କାନାଳ, କନ୍ଧମାଳ, ନୟାଗଡ଼ ଓ ଖୋର୍ଧା ଆଦି ଜିଲ୍ଲା ରହିଛି।

Exit mobile version